Masthead

ରାହୁଲ ଦ୍ରାବିଡ ହୋଇପାରନ୍ତି ହେଡ କୋଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଦ୍ରାବିଡ ଭାରତୀୟ କ୍ରିକେଟ ଦଳର ହେଡ କୋଚ ହେବାର ସମ୍ଭାବନା ଉପୁଜିବାରେ ଲାଗିଛି । ସେପଟେ ଟି-ଟେଣ୍ଟି ବିଶ୍ୱକପ ପରେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ସରିଯିବ । ତେଣୁ ହେଡ କୋଚ ଭାବେ ରବି ଶାସ୍ତ୍ରୀଙ୍କ ସ୍ଥାନରେ ରହୁଲ ଦାବ୍ରିଡ ରହିବା ଗୋଟେ ପ୍ରକାର ସ୍ଥିର ହୋଇଯାଇଛି । ଏନେଇ ରାହୁଲ ଦ୍ରାବିଡ ସହମତି ଜଣାଇଥିବାର ସୂଚନା ମିଳିଛି । ସେପଟେ ପାରସ ମାହାମ୍ବ୍ରେ ଭାରତୀୟ ଦଳର ବୋଲିଂ କୋଚ ହୋଇପାରନ୍ତି ।

ତେବେ ହେଡ କୋଚ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ହେବ । ସେ ଦୁଇ ବର୍ଷଧରି ଭାରତୀୟ ଜୁନିୟର ଟିମର ହେଡ କୋଚ ଭାବରେ ନିଯୁକ୍ତ ଅଛନ୍ତି । ରାହୁଲଙ୍କୁ ଏଥିପାଇଁ ୧୦ କୋଟି ଟଙ୍କାର ଅଫର ଦିଆଯାଇଛି । ଏହା ସହ ସେ ବୋନସ ମଧ୍ୟ ପାଇବେ । ବର୍ତ୍ତମାନର କୋଚ ରବି ଶାସ୍ତ୍ରୀଙ୍କ ଦରମା ୮.୫ କୋଟି ଟଙ୍କାର ରହିଛି । ଟି-୨୦ ବିଶ୍ୱକପ ପରେ ରାହୁଲ ଦ୍ରାବିଡ ଦାୟିତ୍ୱ ଗ୍ରହଣ କରିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା