Masthead

ନାମାଙ୍କନ ଭରିଲେ ରାହୁଲ

ରାୟବରେଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାୟବରେଲୀ ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ନାମାଙ୍କନର ମାତ୍ର କିଛି ଘଣ୍ଟା ପୂର୍ବରୁ ରାୟବରେଲୀ ଆସନ ପାଇଁ କଂଗ୍ରେସ ତରଫରୁ ରାହୁଲ ଗାନ୍ଧୀଙ୍କ ନାମ ଘୋଷଣା କରାଯାଇଥିଲା । ଏହାପରେ ରାହୁଲ ଗାନ୍ଧୀ ରାୟବରେଲୀ ସ୍ଥିତ ଫୁରସତଗଞ୍ଜ ବିମାନବନ୍ଦରରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ପାର୍ଟି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ଅନ୍ୟ କିଛି ନେତାଙ୍କ ସହ ଓହ୍ଲାଇଥିଲେ ।

ପୂର୍ବରୁ ଦଳ ତରଫରୁ ସମସ୍ତ ବ୍ୟବସ୍ଥା ହୋଇସାରିଥିଲା । ବିମାନରୁ ରାହୁଲ ଗାନ୍ଧୀ ଓହ୍ଲାଇବା ପରେ ହଜାର ହଜାର ଦଳୀୟ କର୍ମୀ ଓ ସମର୍ଥକ ତାଙ୍କୁ ସ୍ୱାଗତ କରି ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପର୍ଯ୍ୟନ୍ତ ନେଇଥିଲେ । ତାଙ୍କ ନାମାଙ୍କନ ଶୋଭାଯାତ୍ରାରେ ସମର୍ଥକଙ୍କର ପ୍ରବଳ ଭିଡ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼