Masthead

ମୋଦିଙ୍କ ସମୟରେ ତ୍ରିରଙ୍ଗା ଉଡ଼ାଇଲେ ରାହୁଲ: ଦେବେନ୍ଦ୍ର ଫଡନାବିଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସ ସମୟରେ ନୁହେଁ, ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହାଙ୍କ ସମୟରେ କଶ୍ମୀରରେ ତ୍ରିରଙ୍ଗା ଉଡାଇଲେ ରାହୁଲ ଗାନ୍ଧୀ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୯ ଜାନୁୟାରୀରେ କଶ୍ମୀରର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା ଉଡାଇଥିଲେ । କଶ୍ମୀରରେ ତ୍ରିରଙ୍ଗା ଉଡାଇବାକୁ ନେଇ ପୁଣେରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିଶ ପରିହାସ କରିଛନ୍ତି ।

ସେ କହିଛନ୍ତି, ରାହୁଲ ଗାନ୍ଧୀ କଶ୍ମୀର ଗଲେ ଓ ତ୍ରିରଙ୍ଗା ଉଡାଇଲେ, ହେଲେ ସେ କଂଗ୍ରେସ ଶାସନ ସମୟରେ ଏମିତି କରିପାରି ନ ଥିଲେ, କାରଣ ଏହା ସେହି ସମୟରେ ସମ୍ଭବ ହେଲା ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଧାରା ୩୭୦କୁ ହଟାଇ ଦେଲେ । ସୁଚନା ଅନୁସାରେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶରେ ଦୀର୍ଘ ୫ ମାସର ଲମ୍ବା ଭାରତ ଯୋଡୋ ଯାତ୍ରା ପରେ ଲାଲ ଚୌକରେ ତ୍ରିରଙ୍ଗା ଉଡାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ