Masthead

ଜୋର ଧରିଲା ରାହୁଲ ଗାନ୍ଧିଙ୍କ ସଦସ୍ୟତା ଫେରାଇବା ଦାବି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିବାପରେ ଏବେ ତାଙ୍କ ସଦସ୍ୟତା ଫେରାଇବାର ଦାବି ଜୋର ଧରିଛି। କଂଗ୍ରେସ ନେତା ଆଧୀର ରଂଜନ ଚୌଧୁରୀ ଆଜି ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ଚିଠି ଲେଖିଛନ୍ତି। ଏହାପୂର୍ବରୁ ଲୋକସଭାରେ କଂଗ୍ରେସ ନେତାମାନେ ଓମ୍ ବିର୍ଲାଙ୍କୁ ଭେଟିବା ପାଇଁ ସମୟ ମାଗିଥିଲେ। ତୁରନ୍ତ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ଫେରାଇବା ପାଇଁ ଦାବି କରାଯାଇଥିଲା। ତେବେ ବାଚସ୍ପତି କହିଛନ୍ତି ସେ ସୁପ୍ରିମକୋର୍ଟଙ୍କ ଆଦେଶର କପିକୁ ଅପେକ୍ଷା କରିଛନ୍ତି।

ସୂଚନା ଥାଉକି ଅପରାଧିକ ମାନହାନୀ ମାମଲାରେ ସୁରଟ କୋର୍ଟ ରାହୁଲ ଗାନ୍ଧିଙ୍କୁ ଦୁଇ ବର୍ଷ ଦଣ୍ଡିତ କରିବା ପରେ ଲୋକସଭା ସଚିବାଳୟ ରାହୁଲଙ୍କ ସଦସ୍ୟତା ବାତିଲ କରିବାକୁ ବିଜ୍ଞପ୍ତି ଜାରି କରିଥିଲେ । ଏହି ଅଭିଯୋଗରେ ସୁରଲ କୋର୍ଟ ଦ୍ୱାରା ରାହୁଲ ଗାନ୍ଧିଙ୍କୁ ସର୍ବାଧିକ ଦଣ୍ଡ ଦିଆଯାଇଥିଲା। ଅର୍ଥାତ୍ ଯଦି ନିମ୍ନ ଅଦାଲତ ଏହି ଦଣ୍ଡକୁ ଗୋଟିଏ ବି ଦିନ ହ୍ରାସ କରିଥାନ୍ତେ, ତେବେ ରାହୁଲ ଗାନ୍ଧିଙ୍କ ସଂସଦ ସଦସ୍ୟତା ପ୍ରଭାବିତ ହୋଇନଥାନ୍ତା।  ତେବେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଆଜି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ ଲୋକସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ।

ଚିଠିରେ ଶ୍ରୀ ଚୌଧୁରୀ ଲେଖାଅଛି, ” କେରଳର ୱାୟନାଡ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀଙ୍କୁ ଗୁଜୁରାଟର ସୁରଟ କୋର୍ଟ ଦୋଇଥିବା ଦଣ୍ଡାଦେଶକୁ ଅଗଷ୍ଟ ୪ ରେ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ତେଣୁ ମୁଁ ଅନୁରୋଧ କରୁଛି ରାହୁଲ ଗାନ୍ଧିଙ୍କ ଲୋକସଭା ସଦସ୍ୟତାକୁ  ତୁରନ୍ତ ପ୍ରଭାବର ସହିତ ଫେରାଇ ଦିଅନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି