Masthead

ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନାମାଙ୍କନ ଭରିଛନ୍ତି କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି । କେରଳର ୱାୟନାଡରେ ଲୋକସଭା ନିର୍ବାଚନ ପାଇଁ ହଜାର ହଜାର ସମର୍ଥକଙ୍କ ଗହଣରେ ଯାଇ ଭରିଛନ୍ତି ନାମାଙ୍କନ । ଏହି ସମୟରେ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ରାହୁଲ ୱାୟନାଡରେ ଏକ ରୋଡ ସୋ କରିଥିଲେ।

ରୋଡ ସୋ’ରେ ବିପୁଳ ଲୋକ ଜମା ହୋଇଥିଲେ। ତେବେ ସେଠାରେ ଲୋକଙ୍କୁ ସମ୍ବୋଧନ କରି ରାହୁଲ କହିଛନ୍ତି, ମୁଁ ୱାୟନାଡକୁ ୫ ବର୍ଷ ପୂର୍ବେ ଆସିଥିଲି ଏବଂ ସେହି ସମୟରେ ମୁଁ ଏଠାରେ ନୂଆ ଥିଲି। ଆଶା କରୁଛି ଆପଣଙ୍କ ପରିବାରର ଅଂଶ ହୋଇପାରିବି। ଏହା କୌଣସି ରାଜନୈତିକ ବିବୃତ୍ତି ନୁହେଁ। ଗତ ନିର୍ବାଚନରେ ରାହୁଲ ପ୍ରାୟ ୫ ଲକ୍ଷ ଭୋଟ ବ୍ୟବଧାନରେ ଏଠାରୁ ବଡ଼ ବିଜୟ ହାସଲ କରିଥିଲେ।

ତେବେ ଏଥର ୱାୟନାଡ ମ୍ୟାଚ୍ ରାହୁଲ ଗାନ୍ଧିଙ୍କ ପାଇଁ ସହଜ ହେବ ନାହିଁ । ଏହି ନିର୍ବାଚନରେ ରାହୁଲଙ୍କ ବିପକ୍ଷରେ ଅଛନ୍ତି ସିପିଆଇ ସାଧାରଣ ସମ୍ପାଦକ ଡି ରାଜାଙ୍କ ପତ୍ନୀ ଆନି ରାଜା । ଦଳ ତାଙ୍କୁ ୱାୟନାଡରୁ ପ୍ରାର୍ଥୀ କରିଛି । ରାହୁଲଙ୍କ ବିପକ୍ଷରେ ବିଜେପି ରାଜ୍ୟ ସଭାପତି କେ ସୁରେନ୍ଦ୍ରନ ନିର୍ବାଚନ ମଇଦାନକୁ ଓହ୍ଲାଇବେ । ଏହି ତିନି ଜଣ ଶକ୍ତିଶାଳୀ ନେତା ହୋଇଥିବାରୁ ଏହି ଆସନରେ କଡ଼ା ଟକ୍କର ହେବ ବୋଲି ଅନୁମାନ କରାଯାଉଛି । ତେବେ ରାହୁଲ ଗାନ୍ଧି ଉଭୟଙ୍କ ଠାରୁ ବଡ଼ ଚେହେରା ଏବଂ ଏହି ଆସନରୁ ଏବେର ସାଂସଦ ମଧ୍ୟ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ