Masthead

ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସମ୍ବିଧାନ ବଞ୍ଚାଅ ସମାବେଶକୁ ସମ୍ବୋଧନ କରିବେ । ଭୁବନେଶ୍ବରରେ ହେବ ବିଶାଳ ସମାବେଶ । କଂଗ୍ରେସ ଭବନରେ ନେତା-ବିଧାୟକଙ୍କ ସହ ବୈଠକ କରିବେ । ରାହୁଲଙ୍କ ଗସ୍ତକୁ ନେଇ ରାଜ୍ୟ କଂଗ୍ରେସ ଶିବିର ଉତ୍ସାହିତ । ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ବରିଷ୍ଠ ନେତା ବି ଆସୁଛନ୍ତି । ଏଥିପାଇଁ ବରମୁଣ୍ଡା ପଡିଆରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପିସିସି ସଭାପତି ଓ ଦଳର ତୁଙ୍ଗ ନେତା ସଭାସ୍ଥଳରେ ପହଞ୍ଚି ସମୀକ୍ଷା କରିଛନ୍ତି ।

ରାହୁଲଙ୍କୁ ଶୁଣିବାକୁ ରାଜ୍ୟର କୋଣ ଅନୁକୋଣରୁ ଆସିବେ କଂଗ୍ରେସ କ୍ୟାଡର । ଦିନ ୧୧ଟାରେ ଭୁବନେଶ୍ବରରେ ପହଞ୍ଚିବେ ରାହୁଲ ଗାନ୍ଧୀ । ରାହୁଲ ବିମାନ ବନ୍ଦର ଛକରୁ ଜୟଦେବ ବିହାର ପର୍ଯ୍ୟନ୍ତ ଏକ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ବରମୁଣ୍ଡା ପଡିଆରେ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବା ପରେ ସିଧା ପାର୍ଟି ଅଫିସକୁ ଆସିବେ । କଂଗ୍ରେସ ଭବନରୁ ଶାସକ ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ