Masthead

ଓଡ଼ିଶା ଆସିବେନି ରାହୁଲ ଗାନ୍ଧି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ ତାଙ୍କର ନାମାଙ୍କନପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ଥିବାରୁ ସେ ରାୟଗଡ଼ା ସମାବେଶରେ ଯୋଗ ଦେଇପାରିବେନି। ଆଜି ମଧ୍ୟାହ୍ନରେ ରାହୁଲଙ୍କ ରାୟଗଡ଼ା ଆସିବାର କାର୍ଯ୍ୟସୂଚୀ ସ୍ଥିର ହୋଇଥିଲା । ରାହୁଲ ଓଡ଼ିଶା ଆସିବାକୁ ଥିବାରୁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଥିଲା ।

କିନ୍ତୁ ରହୁଲ ନଆସିବା ଖବର ପ୍ରକାଶ ପାଇବା ପରେ ଏବେ କଂଗ୍ରେସ କର୍ମୀଙ୍କ ମହଲରେ ନିରାଶା ଦେଖିବାକୁ ମିଳିଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ