Masthead

‘ମେରା ଘର୍ ଆପକା ଘର୍’, ରାହୁଲଙ୍କ ସମର୍ଥକଙ୍କ ନିଆରା ପ୍ରତିବାଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମେରା ଘର୍ ଆପକା ଘର୍ । ରାହୁଲ ଗାନ୍ଧିଙ୍କ ପାଇଁ ସମର୍ଥକଙ୍କ ନିଆରା ପ୍ରତିବାଦ । କୁନି କୁନି ପିଲାମାନେ ମଧ୍ୟ ଆଗେଇ ଆସିଛନ୍ତି ରାହୁଲ ଗାନ୍ଧିଙ୍କୁ ଘର ଯୋଗାଇ ଦେବା ପାଇଁ । ସାଂସଦ ପଦ ଯିବା ପରେ ସରକାରୀ ବାସଭବନ ଖାଲି କରିବାକୁ ରାହୁଲଙ୍କୁ ନୋଟିସ ହୋଇଛି । ଏହାପରେ କଂଗ୍ରେସ ଦଳ ପକ୍ଷରୁ ଆରମ୍ଭ କରାଯାଇଛି ‘ମେରା ଘର୍ ଆପକା ଘର୍’ ଅଭିଯାନ। ଦଳ ପକ୍ଷରୁ ଟ୍ୱିଟରରେ ରାହୁଲ ଗାନ୍ଧୀଙ୍କର ଏକ ଫଟୋ ପୋଷ୍ଟ କରି ସେଥିରେ ଲେଖାଯାଇଛି ‘ମେରା ଘର୍ ଆପକା ଘର’।

ଏପ୍ରିଲ ୨୨ ସୁଦ୍ଧା ସରକାରୀ ବଙ୍ଗଳା ଛାଡ଼ିବାକୁ ରାହୁଲଙ୍କୁ ନୋଟିସ ଦିଆଯାଇଥିଲା। ରାହୁଲ ମଧ୍ୟ ନୋଟିସକୁ ସମ୍ମାନ ଜଣାଇ ଏହି ବଙ୍ଗଳାରେ ତାଙ୍କର ବହୁ ସ୍ମୃତି ଜଡ଼ିତ ଥିଲେ ମଧ୍ୟ ତାହା ଛାଡ଼ିବେ ବୋଲି କହିଥିଲେ। ଅନେକ କଂଗ୍ରେସ ନେତା ରାହୁଲଙ୍କୁ ତାଙ୍କ ଘର ଅଫର କରିଛନ୍ତି। ଉତ୍ତରପ୍ରଦେଶର ବରିଷ୍ଠ କଂଗ୍ରେସ ନେତା ଅଜୟ ରାୟ ଲହୁରାବିର ଅଞ୍ଚଳରେ ଥିବା ତାଙ୍କ ଘର ଆଗରେ ଏକ ବୋର୍ଡ ମାରିଛନ୍ତି ଯେଉଁଥିରେ ଲେଖା ହୋଇଛି ‘ମେରା ଘର ଶ୍ରୀ ରାହୁଲ ଗାନ୍ଧି କା ଘର’। କେତେକ କୁନି କୁନି ପିଲା ମଧ୍ୟ ‘ମେରା ଘର୍ ଆପକା ଘର୍’ ପୋଷ୍ଟର ଧରି ଫଟୋ ପୋଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ