Masthead

ନିର୍ବାଚନ ପାଇଁ ଓଡ଼ିଶାରେ ବିଗୁଲ ବଜାଇବେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ନିର୍ବାଚନ ପାଇଁ ଓଡ଼ିଶାରେ ବିଗୁଲ ବଜାଇବେ ରାହୁଲ । ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଝାଡଖଣ୍ଡରୁ ଆସି ବୀରମିତ୍ରପୁର ରାମପାଳ ଛକ ଦେଇ ଓଡ଼ିଶାକୁ ପ୍ରବେଶ କରିବ ନ୍ୟାୟ ଯାତ୍ରା । ସେଠାରେ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ୱାଗତ କରିବାକୁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି ।

ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରାକୁ ସଫଳ କରିବା ପାଇଁ ପିସିସି ସଭାପତିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମ ଶୁକ୍ରବାରଠୁ ରାଉରକେଲାରେ ଡେରା ପକାଇଛି । ଶନିବାର ବୀରମିତ୍ରପୁର ରାମପାଳ ଛକକୁ ଯାଇ ସ୍ଥିତି ଯାଂଚ କରିଛି । ସୋମବାର ସନ୍ଧ୍ୟାରେ ଝାଡଖଣ୍ଡରୁ ସିଧା ବୀରମିତ୍ରପୁରରେ ପହଂଚି ସେଠାରେ ରାତ୍ରି ଯାପନ କରିବେ ରାହୁଲ । ଫେବୃଆରୀ ୭ରେ ରାଉରକେଲାକୁ ପହଂଚିବ ଏହି ଭାରତ ଯୋଡୋ ନ୍ୟାୟ ଯାତ୍ରା ।

ସ୍ଥାନୀୟ ବିର୍ସାମୁଣ୍ଡା ଛକରୁ ବାହାରି ପାନପୋଷ ଛକ ପର୍ଯ୍ୟନ୍ତ ରୋଡ ସୋରେ ବାହାରିବେ ରାହୁଲ ଗାନ୍ଧୀ । ଗାନ୍ଧୀ ଛକରେ ଆୟୋଜିତ ସଭାକୁ ରାହୁଲ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଏହାପରେ ନ୍ୟାୟ ଯାତ୍ରା ରାଜଗାଙ୍ଗପୁର, ବଡଗାଁ ଓ କୁତ୍ରା ଠାରେ ମଧ୍ୟ ରୋଡ ସୋ କରି ସୁନ୍ଦରଗଡରେ ଆୟୋଜିତ ବିଶାଳ ସମାବେଶରେ ରାହୁଲ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ