Masthead

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧି

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଆସନ୍ତା ମେ’ ୩ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି । ରାୟଗଡ଼ାରେ ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧି । ଏନେଇ ସୂଚନା ଦେଲେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା । ମେ ୩ରେ ରାୟଗଡ଼ାରେ ବିଶାଳ ସଭାକୁ ସମ୍ବୋଧନ କରିବେ ରାହୁଲ । ରାହୁଲଙ୍କ ସଭାରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବ ।

ସେହିଭଳି ମେ ୮ରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ଶୋଭାଯାତ୍ରା କରି ପ୍ରଚାର କରିବେ ରେଭନ୍ତ ରେଡ୍ଡୀ । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡି ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣି ମନ୍ଦିରରେ ପୂଜାର୍ଚ୍ଚନା କରି ଏକ ବିରାଟ ଶୋଭାଯାତ୍ରାରେ ଆମଲାଭଟା ଛକ ପର୍ଯ୍ୟନ୍ତ ଯିବେ। ଏହି ସମୟରେ ସେ ବିଭିନ୍ନ ଛକ ମାନଙ୍କରେ ଲୋକଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲାକା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ