Masthead

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ । ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ ନେଇ ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତକାଲି ମୋଦି ସରନେମ ବିବାଦରେ ତାଙ୍କୁ ସୁରାଟ କୋର୍ଟ ଜେଲ ଦଣ୍ଡ ଶୁଣାଇ ଥିଲେ । ମାନହାନି ମାମଲାରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ ହୋଇଥିବା ସ୍ପଷ୍ଟ ହୋଇଛି । ଗତକାଲି ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ । ତେବେ ରାହୁଲଙ୍କୁ ତୁରନ୍ତ ଜାମିନ ମଧ୍ୟ ମିଳିଯାଇଥିଲା । ତେବେ ୨ ବର୍ଷ ସଜା ହୋଇଥିବାରୁ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ ହୋଇଛି ।

ରାହୁଲ ଗାନ୍ଧୀ ଗତ ୨୦୧୯ ସାଧାରଣ ନିର୍ବାଚନରେ ଏକ ପ୍ରଚାର ସଭାରେ କହିଥିଲେ, ନୀରବ ମୋଦୀ, ଲଳିତ ମୋଦୀ ଓ ନରେନ୍ଦ୍ର ମୋଦୀଙ୍କ ସରନେମ ସମାନ କାହିଁକି? ସବୁ ଚୋରଙ୍କ ସରନେମ କଣ ମୋଦୀ କାହିଁକି ହୋଇଥାଏ? ଏହି ବୟାନକୁ ନେଇ ବିଜେପି ବିଧାୟକ ପୂର୍ଣ୍ଣେଶ ମୋଦୀ ରାହୁଲଙ୍କ ବିରୋଧରେ ମାନହାନି ମୋକଦ୍ଦମା ରୁଜୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ