Masthead

ରାହୁଲଙ୍କ ନାଁରେ ଅଛି ଅନେକ ମାନହାନି ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ତଥା ପୂର୍ବତନ ୱାୟନାଡ ସାଂସଦ ରାହୁଲ ଗାନ୍ଧିଙ୍କ ନାମରେ ରହିଛି ଅନେକ ମାନହାନି ମାମଲା । ଗୁଜୁରାଟର ସୁରତ କୋର୍ଟ ତାଙ୍କୁ ଗୋଟିଏ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଶୁଣାଇଛନ୍ତି । କିନ୍ତୁ ପାଟନା , ଅହମଦାବାଦ, ମୁମ୍ବାଇ, ମହାରାଷ୍ଟ୍ରର ଭିୱାଣ୍ଡି କୋର୍ଟରେ ମଧ୍ୟ ରାହୁଲଙ୍କ ନାଁରେ ମାନହାନି ମକଦ୍ଦମା ରୁଜୁ ହୋଇଛି । ଏହି ସବୁ କୋର୍ଟ ଗୁଡ଼ିକରୁ ସେ ଜାମିନ ପାଇଛନ୍ତି । ୨୦୧୯ରେ ପାଟନା କୋର୍ଟରେ ଜଣେ ବିଜେପି ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାନହାନି ମକଦ୍ଦମା ରୁଜୁ କରିଛନ୍ତି ।

ସେହିପରି ଅହମଦାବାଦ କୋର୍ଟରେ ଅହମଦାବାଦ ଜିଲ୍ଲା ସମବାୟ ବ୍ୟାଙ୍କ ଏକ ମାନହାନି ମାମଲା ରୁଜୁ କରିଛି । ଏହି କେସରେ ରାହୁଲଙ୍କୁ ୨୦୧୯ ଜୁଲାଇରେ ବେଲ ମିଳିଛି । ମୁମ୍ବାଇ କୋର୍ଟରେ ଜଣେ ଆରଏସଏସ କର୍ମୀ ରାହୁଲଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଥିଲେ । ମହାତ୍ମା ଗାନ୍ଧିଙ୍କୁ ଆରଏସଏସ ହତ୍ୟା କରିଛି ବୋଲି ମନ୍ତବ୍ୟ ଦେଇ ରାହୁଲ ୨୦୧୬ରେ ବିବାଦୀୟ ହୋଇପଡ଼ିଥିଲେ । ଏସମ୍ପର୍କରେ ତାଙ୍କ ବିରୋଧରେ ମହାରାଷ୍ଟ୍ରର ଭିୱାଣ୍ଡି କୋର୍ଟରେ ଏକ ମାନହାନି ମାମଲା ରଜୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ