Masthead

ଭାରତୀୟ ସେନାଙ୍କୁ ଅସମ୍ମାନିତ କରୁଛନ୍ତି ରାହୁଲ: ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି କଂଗ୍ରେସ ନେତା ରାହୁଲଙ୍କୁ ଟାର୍ଗେଟ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ସେ କହିଛନ୍ତି ରାହୁଲ ଗାନ୍ଧୀ ଲଣ୍ଡନର କେମ୍ବ୍ରିଜ ବିଜନେସ ସ୍କୁଲରେ ନିଜ ଟିପ୍ପଣୀ ରଖି ଦେଶକୁ ବଦନାମ କରିବାକୁ ଚେଷ୍ଟା କରିଛନ୍ତି । ହିମନ୍ତ କହିଛନ୍ତି ରାହୁଲ ବିଦେଶ ମାଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଟାର୍ଗେଟ କରିଛନ୍ତି । ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଆତଙ୍କବାଦୀଙ୍କୁ ଦୂରରୁ ଦେଖିଥିଲେ ।

ତାଙ୍କ ପାଖକୁ ଆସି ଜଣେ ବ୍ୟକ୍ତି ଆତଙ୍କବାଦୀଙ୍କ ଆଡକୁ ଇସାରା କରିଥିଲେ । ଶର୍ମା ଏବେ ପ୍ରଶ୍ନ କରିଛନ୍ତି ଯେ ରାହୁଲ ଗାନ୍ଧୀ ଏ ସମ୍ପର୍କରେ ସୁରକ୍ଷା ଏଜେନ୍ସିକୁ କାହିଁକି ସୂଚନା ଦେଲେ ନାହିଁ । ରାହୁଲ ଗାନ୍ଧୀ ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ କାର ବୋମା ବିସ୍ଫୋରଣ ବୋଲି କହିଥିଲେ । ଏହି ବିସ୍ଫୋରଣରେ ୪୦ ଯବାନ ସହିଦ ହୋଇଥିବା ରାହୁଲ କହିଥିଲେ । ଶର୍ମା କହିଛନ୍ତି ରାହୁଲ ଗାନ୍ଧୀ ଆମ ସେନାଙ୍କର ଅପମାନ କରିଛନ୍ତି । ହେଲେ ସେ ଏତେ ସାହସ କଲେ କେମିତି ? ଏହା ବୋମା ନ ଥିଲା ବରଂ ଆତଙ୍କବାଦୀ ଆକ୍ରମଣ ଥିଲା ବୋଲି ହିମନ୍ତ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ