Masthead

ସଦସ୍ୟତା ପଦ ଯିବା ପରେ ପ୍ରଥମଥର ନିଜ ମତ ରଖିବେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୱାୟନାଡ ସାଂସଦ ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ କରାଯାଇଛି । ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ ନେଇ ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାହାକୁ ନେଇ କଂଗ୍ରେସ ସହ ପୂରା ବିରୋଧୀ ଦଳ ଖୁବ୍ ହଙ୍ଗାମା କରିବା ସହ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଏହାରି ଭିତରେ ଆଜି ରାହୁଲ ଗାନ୍ଧୀ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ମିଳିଛି ।

ସୁରତ ସେସନ୍ସ କୋର୍ଟ ତାଙ୍କ ଉପରେ ଯେଉଁ ଦଣ୍ଡାଦେଶ ଲଗାଇଛନ୍ତି ଏବଂ ଲୋକସଭାରୁ ସଦସ୍ୟତା ପଦ ଯିବା ପରେ ରାହୁଲ ପ୍ରଥମଥର ନିଜ ମତ ରଖିବେ । ଶୁକ୍ରବାର ଟ୍ୱିଟ୍ କରି ଲେଖିଥିଲେ, ମୁଁ ଭାରତର ସ୍ୱର ପାଇଁ ଲଢ଼େଇ କରୁଛି । ଆଉ ଏଥିପାଇଁ ଯେକୌଣସି ମୂଲ୍ୟ ଦେବାକୁ ପ୍ରସ୍ତୁତ ଅଛି । ସେପଟେ ଆଜି କଂଗ୍ରେସ ପୁଣି ଦେଶବ୍ୟାପୀ କେନ୍ଦ୍ର ସରକାର ବିରୋଧରେ ପ୍ରତିବାଦ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ