Masthead

ରାହୁଲ କ୍ଷମା ମାଗିବେ ନାହିଁ : ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ବୟାନ । କହିଲେ ରାହୁଲ ଗାନ୍ଧୀ କ୍ଷମା ମାଗିବେ ନାହିଁ । ଲଣ୍ଡନରେ ଭାରତର ଗଣତନ୍ତ୍ର ସମ୍ପର୍କରେ ରାହୁଲ ଗାନ୍ଧୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ସେଥିପାଇଁ ସେ କ୍ଷମା ମାଗିବେ ନାହିଁ ବୋଲି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି। ସେ କହିଛନ୍ତି ଯେ ରାହୁଲଙ୍କ ଠାରୁ ଯେଉଁମାନେ କ୍ଷମା ପ୍ରାର୍ଥନା ଦାବି କରୁଛନ୍ତି ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ଉପରେ ଜବାବ ଦେବା ଦରକାର। କାରଣ ନରେନ୍ଦ୍ର ମୋଦି ବିଦେଶ ମାଟିରେ ଭାରତ ବିରୋଧୀ ମନ୍ତବ୍ୟ ଦେଇ ଦେଶକୁ ଅପମାନିତ କରିଛନ୍ତି।

ତେଣୁ ରାହୁଲଙ୍କ ଠାରୁ ଯେଉଁମାନେ କ୍ଷମା ପ୍ରାର୍ଥନା ଦାବି କରୁଛନ୍ତି ସେମାନେ ମୋଦିଙ୍କ ଭାରତ ବିରୋଧୀ ମନ୍ତବ୍ୟ ବେଳେ କ’ଣ କରୁଥିଲେ । ତାର ଉତ୍ତର ଦେବା ଦରକାର। ସେପଟେ ଲଣ୍ଡନରେ ରାହୁଲ ଭାରତର ଗଣତନ୍ତ୍ର ବିରୋଧରେ ଦେଇଥିବା ମନ୍ତବ୍ୟକୁ ନେଇ ସଂସଦ ଅଚଳ ରହିଛି। ବିଦେଶ ମାଟିରେ ରାହୁଲ ଭାରତକୁ ନିନ୍ଦିତ କରିଥିବାରୁ ଶାସକ ବିଜେପି ତାଙ୍କ ଠାରୁ କ୍ଷମା ପ୍ରାର୍ଥନା ଦାବି କରିଛି। ଏହି ଦାବିକୁ ନେଇ ସଂସଦର ବଜେଟ ଅଧିବେଶନ ସୋମବାରଠାରୁ ତିନିଦିନି ହେଲା ଅଚଳ ରହିଛି। ବିଜେପିର କ୍ଷମା ପ୍ରାର୍ଥନା ଦାବିକୁ କଂଗ୍ରେସ ଅଗ୍ରାହ୍ୟ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ