Masthead

ବେଦବ୍ୟାସ ମନ୍ଦିରରେ ମହାଦେବଙ୍କୁ ପୂଜା କଲେ ରାହୁଲ

https://youtube.com/live/urispdSZYls?feature=share

ରାଉରକେଲା (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ରାହୁଲଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କଳେ ରାହୁଲ । ପ୍ରଥମେ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ ନଦୀର ସଙ୍ଗମ ସ୍ଥଳ ବୁଲି ଦେଖିଲେ ରାହୁଲ ଗାନ୍ଧୀ । ଏହା ପରେ ଚନ୍ଦ୍ରଶେଖର ବାବାଙ୍କ ରୁଦ୍ରାଭିଷେକ କରିଥିଲେ । ଏହା ପରେ ବେଦବ୍ୟାସଙ୍କ ଗୁମ୍ଫାରେ ପୂଜାର୍ଚ୍ଚନା କରିଥିଲେ ରାହୁଲ ଗାନ୍ଧୀ ।

ଶେଷରେ ବୈଦିକ ଗୁରୁକୂଳ ଆଶ୍ରମର ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ । ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ । ଏହି ପଦଯାତ୍ରା ପାନପୋଷ ଛକରେ ପହଂଚିବ । ସେଠାରେ ରାହୁଲ ଗାନ୍ଧୀ ଉପସ୍ଥିତ ଜନସଧାରଣଙ୍କୁ ସମ୍ବୋଧିତ କରିବେ । ଏହା ପରେ ରାହୁଲ ରାଜଗାଙ୍ଗପୁରର ରାଣୀବନ୍ଧ ନିକଟ ବିର୍ସାମୁଣ୍ଡା ପଡିଆରେ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଣୀବନ୍ଧଠାରୁ ଯାତ୍ରା ଆରମ୍ଭ କରି କୁତ୍ରାରେ ଜନସାଧାରଣଙ୍କୁ ଉଦବୋଧନ ଦେବେ । ବଡ଼ଗାଁଠାରେ ମଧ୍ୟ ଜନସାଧାରଣକୁ ଉଦବୋଧନ ଦେବେ ରାହୁଲ ଗାନ୍ଧୀ ।

ବଡ଼ଗାଁରୁ ବାହାରି ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ସାଢେ ୪ଟାରେ ପହଞ୍ଚି ପଦଯାତ୍ରା କରିବେ । ଏହି ପଦଯାତ୍ରା ଷ୍ଟାଡିୟମ୍ ଛକ ଓ ସୁନ୍ଦରଗଡ଼ ଏସବିଆଇ ଛକ ହୋଇଯିବ । ସେଠାରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଅମଲିପାଲିଠାରେ ରାହୁଲ ରାତ୍ରିଯାପନ କରିବେ । ଗତକାଲି ରାଉରକେଲା ରାମପାଲରେ ରାତ୍ରିଯାପନ କରିଥିଲେ ରାହୁଲ ଗାନ୍ଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ