Masthead

ଏଲପିଜି ଗ୍ୟାସ ସିଲିଣ୍ଡର ଦର ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ରାହୁଲ ଗାନ୍ଧୀ

କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିିଛନ୍ତି । ଗ୍ୟାସ ସିଲିଣ୍ଡରର ଦର ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ଲକ୍ଷ ଲକ୍ଷ ଗରିବ ପରିବାର ଚୁଲିରେ ରୋଷେଇ କରିବାକୁ ବାଧ୍ୟ ହେଉଛନ୍ତି । ଲୋକମାନେ ଦାମୀ ଗ୍ୟାସ କିଣୁ ନାହାନ୍ତି । ଅଧିକାଂଶ ଗ୍ରାମାଞ୍ଚଳରେ ଲୋକମାନେ ନିଜେ ଚୁଲିରେ ରୋଷେଇ କରିବା ଆରମ୍ଭ କରି ଦେଇଛନ୍ତି । ପ୍ରାୟ ୪୨ ପ୍ରତିଶତ ଲୋକ ଗ୍ୟାସ ସିଲିଣ୍ଡର ବ୍ୟବହାର କରିବା ବନ୍ଦ କରିଦେଇଛନ୍ତି ।ଏନେଇ ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି ଯେ “ମୋଦିଜୀଙ୍କର ବିକାଶ ଗାଡି ଓଲଟା ଏବଂ ବ୍ରେକ ମଧ୍ୟ ଫେଲ ହୋଇଯାଇଛି” ।

 

କାଠର ବ୍ୟବହାର କମ କରିବା ପାଇଁ କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନା କରିଥିଲେ । ଏହାର ଲାଭ ମଧ୍ୟ କୋଟି କୋଟି ହିତାଧିକାରୀ ପାଇଥିଲେ । ଲୋକମାନଙ୍କୁ ଅଧିକ ସୁବିଧା ସୁଯୋଗ ପାଇଁ ଉଜ୍ଜ୍ୱଳା ଯୋଜନା ମଧ୍ୟ ଘରେ ଘରେ ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯାଇଥିଲା,ମାତ୍ର ଗ୍ୟାସ ସିଲିଣ୍ଡରର ଦର ଦିନକୁ ଦିନ ବଢିବାରେ ଲାଗିଛି । ଯାହାକି ଜନସାଧାରଣଙ୍କ ଉପରେ ଗଭୀର ପ୍ରଭାବ ପକାଇଛି । ଗାସ ସିଲିଣ୍ଡର ସହ ଷ୍ଟୋଭ ଦର ହ୍ରାସ କରିବାକୁ କଂଗ୍ରେସର ମହିଳାମାନେ ଦାବି କରିଛନ୍ତି ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା