Masthead

ରାହୁଲଙ୍କ ଟ୍ୱିଟର ଆକାଉଣ୍ଟ ଅନଲକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନଲକ ହେଲା ରାହୁଲ ଗାନ୍ଧିଙ୍କ ଟ୍ୱିଟର ଆକାଉଣ୍ଟ । କିଛି ଦିନ ଧରି କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଟ୍ୱିଟର ଆକାଉଣ୍ଟକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା । ଅସ୍ଥାୟୀ ଭାବେ ସସପେଣ୍ଡ ହୋଇଥିବା ରାହୁଲ ଗାନ୍ଧିଙ୍କ ଟ୍ୱିଟର ଆକାଉଣ୍ଟ ଅନଲକ ହୋଇଛି। ରାହୁଲ ଗାନ୍ଧିଙ୍କ ଆକାଉଣ୍ଟ ଟ୍ୱିଟରରେ ଦିଲ୍ଲୀରେ ହୋଇଥିବା ବଳାତ୍କାର ଓ ହତ୍ୟା ମାମଲାର ନଅ ବର୍ଷର ପୀଡିତାଙ୍କ ପିତାମାତାଙ୍କ ବୈଠକର ଚିତ୍ର ସେୟାର କରିଥିବାରୁ ସ୍ଥଗିତ ରଖାଯାଇଛି ।

କଂଗ୍ରେସ ପକ୍ଷରୁ ଏନେଇ ଟ୍ୱିଟରରେ ସ୍ପଷ୍ଟ କରାଯାଇଛି । ଏହାସହ ବନ୍ଦ ହୋଇଥିବା ସମସ୍ତ କଂଗ୍ରେସ ନେତାଙ୍କ ଆକାଉଣ୍ଟକୁ ବି ଅନଲକ କରାଯାଇଛି । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧି ଗତକାଲି ଟ୍ୱିଟରକୁ ଟାର୍ଗେଟ କରିଥିଲେ । ସେ କହିଥିଲେ ଯେ କମ୍ପାନୀ ଭାରତରେ ବ୍ୟବସାୟ କରୁନାହିଁ, ଏହା ଦେଶର ରାଜନୀତିର ଦିଗ ସ୍ଥିର କରିବାକୁ କାର୍ଯ୍ୟ କରୁଛି । ରାହୁଲ ଗାନ୍ଧୀ କହିଥିଲେ ଯେ ଜଣେ ରାଜନେତା ଭାବରେ ମୁଁ ଏହାକୁ ଆଦୌ ପସନ୍ଦ କରେ ନାହିଁ । କମ୍ପାନୀ ଦ୍ୱାରା ଏଭଳି ପଦକ୍ଷେପ ନିଆଯିବା ହେଉଛି ଦେଶର ଗଣତାନ୍ତ୍ରିକ ଗଠନ ଉପରେ ଆକ୍ରମଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ