Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ରାହୁରେଖା ଲାଗି ନୀତି । ପରମ୍ପରା ଅନୁସାରେ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ନୀତି ଉଠିବା ପରେ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ । ରାହୁରେଖା ଲାଗି ନୀତି ଶେଷହେବା ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବ । ସ୍ନାନପୂର୍ଣ୍ଣିମାରୁ ମହାପ୍ରଭୁଙ୍କ ଓଲାଗି ହୋଇଥିବା ସ୍ୱର୍ଣ୍ଣ ନିର୍ମିତ ରାହୁରେଖା ଅଳଙ୍କାରକୁ ପୁନର୍ବାର ଆଜି ମହାପ୍ରଭୁଙ୍କ ଶ୍ରୀମୁଖରେ ଲାଗି ହେବ। ଭାଦ୍ରବ କୃଷ୍ଣପକ୍ଷ ରେଖା ପଞ୍ଚମୀରେ ଠାକୁରମାନଙ୍କର ରାହୁରେଖାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ତେବେ ବିଗ୍ରହ ମାନଙ୍କ ର ଶ୍ରୀମୁଖରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ ପଟିକୁ ରାହୁରେଖା କୁହାଯାଏ ।

ଗୋପାଳବଲ୍ଲଭ ଭୋଗ ବଢିବା ପରେ ତଢ଼ାଉ କରଣ ଓ ଦେଉଳକରଣ ଭଣ୍ଡାର ମେକାପଙ୍କୁ କହି ଭଣ୍ଡାରରୁ ମୁଦ ହୋଇ ରହିଥିବା ସୁବର୍ଣ୍ଣ ରାହୁରେଖା ବାହାର କରି ଆଣିଥାନ୍ତି। ବେହେରଣ ଦ୍ୱାର ନିକଟରେ ଥିବା ଶ୍ରୀମନ୍ଦିର ବଣିଆ ସେବକ ଉକ୍ତ ରାହୁରେଖାକୁ ମାଜି ସଫା କରିଥାନ୍ତି। ଭୋଗମଣ୍ଡପ ନୀତି ବଢିବା ପରେ ପାଳିଆ ସେବକ ଓ ଦଇତାପତି ସେବକ ମାନେ ଜୟ ବିଜୟ ଦ୍ୱାର ବନ୍ଦ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି କରିଥାନ୍ତି ତେଣୁ ଆଜି ଭୋଗମଣ୍ଡପ ପରେ ରାହୁରେଖା ଲାଗି ନିତି ଗୁପ୍ତ ନିତି ଓ ପ୍ରାୟ ୪ଘଣ୍ଟାର ନିତି ହୋଇଥିବାରୁ ଦିନ ପ୍ରାୟ ୨ଟାରୁ ପ୍ରାୟ ସଂଧ୍ୟା ୬ଟା ୩୦ ମିନିଟି ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ