Masthead

ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ରେଡ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ରେଡ୍ । ବୈଭବ କୁମାରଙ୍କ ଘରେ ଇଡିର ଚଢାଉ । ମନିଲଣ୍ଡରିଂ ମାମଲାରେ ରେଡ୍ କରୁଛି ଇଡି । ଜଳ ବୋର୍ଡର ପୂର୍ବତନ ସଦସ୍ୟ ସଲାଭ କୁମାରଙ୍କ ଘରେ ବି ରେଡ୍ । ସାଂସଦ ଏନଡି ଗୁପ୍ତାଙ୍କ ଘରେ ବି ଚଢାଉ ହୋଇଛି । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨ଟି ସ୍ଥାନରେ ଚଢାଉ କରିଥିବା ନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି।

ଦିଲ୍ଲୀ, ଚଣ୍ଡିଗଡ଼ ଏବଂ ବାରଣାସୀର ୧୨ରୁ ଅଧିକ ସ୍ଥାନରେ ଚଢାଉ ଜାରି ରଖିଥିଲେ। ସୂଚନା ଅନୁସାରେ, ଜଳ ବୋର୍ଡରେ ହୋଇଥିବା ଘୋଟାଲା ଉପରେ ତଦନ୍ତ କରୁଛି ଇଡି। ସିବିଆଇ ଦ୍ୱାରା ପଞ୍ଜୀକୃତ ହୋଇଥିବା ଦୁଇଟି ମାମଲାରେ ଅର୍ଥ ହେରଫେରର ଯାଞ୍ଚ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ମାମଲାରେ ଜଳ ବୋର୍ଡର ଦୁଇଜଣ ପୂର୍ବତନ ମୁଖ୍ୟ ଇଞ୍ଜିନିୟରଙ୍କୁ ଗିରଫ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ