Masthead

ସୀମା ଟପିଲେ, ହତ୍ୟା ପରେ ଲଙ୍କାଗୁଣ୍ଡ ମାରିଲେ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ବିଜୁ ପଟ୍ଟନାୟକ ମୋଡେର୍ଣ୍ଣ ସ୍କୁଲ ସମ୍ମୁଖରେ ଥିବା ଏକ ଇଟା ଭାଟି ନିକଟରେ ଜଣେ ଯୁବକଙ୍କ ମୃତ ଦେହ ସ୍ଥାନୀୟ ପୁଲିସ ଉଦ୍ଧାର କରିଛି । ଯୁବକ ଜଣକ ଗଞ୍ଜାପାରା ପଂଚାୟତର ମାଡ଼ଗାଁର ପବିତ୍ର ହରିଜନ ବୋଲି ଜଣାପଡ଼ିଛି । ମୃତ ଯୁବକଙ୍କ ମୁହଁରେ ଲଙ୍କା ଗୁଣ୍ଡ ବୋଳା ଯାଇଥିବା ବେଳେ ପାର୍ଶ୍ଵ ପରିସ୍ଥିତିକୁ ଅନୁଧ୍ୟାନ କରି ପୁଲିସ ଏହାକୁ ହତ୍ୟାକାଣ୍ଡ ବୋଲି ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି ।

ଆଜି ସକାଳ ପ୍ରାୟ ୬ ଟା ସମୟରେ କୌଣସି ସୂତ୍ରରୁ ଖବର ପାଇ ରାଇଘର ଥାନା ଅଧିକାରୀ ରଘୁନାଥ ମାଝୀ ଘଟଣାସ୍ଥଳରେ ପହଞ୍ଚି ପବିତ୍ର ହରିଜନଙ୍କ ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରୁଛନ୍ତି । ଏଥିସହ ନବରଙ୍ଗପୁରରୁ ସାଇଣ୍ଟିଫିକ ଟିମକୁ ମଧ୍ୟ ଡକାଯାଇଛି । ମୃତ ବ୍ୟକ୍ତିଙ୍କ ନିକଟରେ ଏକ ମଦ ବୋତଲ ସହ ଲଙ୍କା ଗୁଣ୍ଡ ପ୍ୟାକେଟ ପଡିଥିବାରୁ ଏହା ଏକ ହତ୍ୟା ହୋଇଥାଇ ପରେ ବୋଲି ପୁଲିସ ଅନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ