ହାତୀବେନା ଗ୍ରାମରେ ହାତୀବେନା ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର

ରାଇଘର (ବଡ଼ ଖବର ବ୍ୟୁରୋ):  ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ହାତୀବେନା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ୪ ଜଣ ଗୁରୁତର । ସରକାରୀ ଜାଗାକୁ ନେଇ ଗୋଷ୍ଠୀ ସଂଘର୍ଷ। ଗୋଟିଏ ଗୋଷ୍ଠୀ ଦୀର୍ଘ ଏକ ବର୍ଷ ଧରି ସାମାଜିକ ବାସନ୍ଦର ଶିକାର ହୋଇଥିବାରୁ ଗ୍ରାମରେ ଲାଗି ରହିଥିଲା ବିବାଦ । ଆଜି ବାସନ୍ଦ ହୋଇଥିବା ପରିବାରର ଜଣେ ସଦସ୍ୟଙ୍କୁ ଆକ୍ରମଣ ପରେ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ୪ଜଣ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ପ୍ରଥମେ ରାଇଘର ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା ପରେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ହାତୀବେନା ଗ୍ରାମରେ ଉତ୍ତେଜନା ଲାଗି ରହିଛି ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ  ଘଟଣା ସ୍ଥଳରେ ଅଛନ୍ତି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ