Masthead

ଅଗଷ୍ଟ ୩ରୁ ପୁଣି ବର୍ଷା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଏବେ ଲଘୁଚାପର ପ୍ରଭାବ ନାହିଁ, ଅଗଷ୍ଟ ୩ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ । ରାଜ୍ୟରେ ବର୍ତ୍ତମାନ ବଡ ଲଘୁଚାପର ଆଶଙ୍କା କମ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଛତିଶଗଡ଼ ସଂଲଗ୍ନ ବିଦର୍ଭ ଓ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ତଥାପି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଅଗଷ୍ଟ ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ପୁଣି ବଢ଼ିପାରେ।

ସେହିପରି ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ନୂଆପଡ଼ା ଜିଲ୍ଲାର ସିନାପଲ୍ଲୀରେ ସର୍ବାଧିକ ୧୬୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହାସହ ଜୁନ ୧ରୁ ଏପର୍ୟ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ତୁଳନାରେ ପ୍ରାୟ ୩୬ ପ୍ରତିଶତ ଅଧିକ ବର୍ଷା ହୋଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ