ଅଗଷ୍ଟ ୩ରୁ ପୁଣି ବର୍ଷା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଏବେ ଲଘୁଚାପର ପ୍ରଭାବ ନାହିଁ, ଅଗଷ୍ଟ ୩ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ । ରାଜ୍ୟରେ ବର୍ତ୍ତମାନ ବଡ ଲଘୁଚାପର ଆଶଙ୍କା କମ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଛତିଶଗଡ଼ ସଂଲଗ୍ନ ବିଦର୍ଭ ଓ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ତଥାପି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଅଗଷ୍ଟ ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ପୁଣି ବଢ଼ିପାରେ।

ସେହିପରି ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ନୂଆପଡ଼ା ଜିଲ୍ଲାର ସିନାପଲ୍ଲୀରେ ସର୍ବାଧିକ ୧୬୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହାସହ ଜୁନ ୧ରୁ ଏପର୍ୟ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ତୁଳନାରେ ପ୍ରାୟ ୩୬ ପ୍ରତିଶତ ଅଧିକ ବର୍ଷା ହୋଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’