Masthead

ଆସନ୍ତା ୨୪ ଘଣ୍ଟା ପାଇଁ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବା ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଖସିଛି ଓ ଥଣ୍ତା ବଢ଼ିଥିବା ଅନୂଭୁତ ହେଉଛି। ତେବେ, ସୋମବାର ଅର୍ଥାତ ୯ ରୁ ପାରଦ ଖସିବା ଓ ଥଣ୍ତା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ବଢ଼ିଲା ବର୍ଷା ଆଶଙ୍କା। ଆଗାମୀ ଦୁଇ ଦିନ ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ରାଜ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇ ନାହିଁ । ଅନ୍ୟପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ବାୟୁମଣ୍ଡଳର ଉପରି ଭାଗରେ ଟ୍ରାପ ଲାଇନ ରହିଛି । ପଶ୍ଚିମରୁ ପୂର୍ବ ଆଡ଼କୁ ପବନ ବହୁଛି । ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵରରେ କୋହଲା ପାଗ ରହିଛି । ରବିବାର ୧୧ ଜିଲ୍ଲା ଏବଂ ସୋମବାର ୧୦ ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି