Masthead

ସୃଷ୍ଟି ହେଲା ଗଭୀର ଅବପାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଅତି ପ୍ରବଳ ବର୍ଷା ନେଇ ୩ ଜିଲାକୁ ରେଡ ଆଲର୍ଟ କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି ୧୫ ଜିଲାକୁ ଅରେଞ୍ଜ, ୧୨ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେବେ ୨୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ। ବର୍ଷାକୁ ଦୃଷ୍ଟିରେ ରଖି ପାଇଁ ଆଜି ୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରେ ସ୍କୁଲ ଛୁଟି ରହିବ। ସ୍କୁଲ ସମେତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ପ୍ରବଳ ବର୍ଷା ଯୋଗୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ।

ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସହ ଝଟକା ପବନର ବେଗ ୬୫ କିମି ପର୍ଯ୍ୟନ୍ତ ପହଞ୍ଚିଛି। ଏହାପରେ ପବନର ବେଗ କ୍ରମଶଃ ବୃଦ୍ଧି ପାଇ ୨୮ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୫୫ରୁ ୬୫ କିମି ଓ ଝଟକା ପବନର ବେଗ ୭୫ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ରକୁ ବାରଣ କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ରାତି ସୁଦ୍ଧା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଥିବା ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ପ୍ରବଳ ବର୍ଷା, ଜଳମଗ୍ନ ପରିସ୍ଥିତି 🔴 ସୃଷ୍ଟି ହେଲା ଗଭୀର ଅବପାତ 🔴 ନୀଳକନ୍ଦରକୁ ଯିବେ ନୀଳମଣି 🔴 ତେଲ ଟ୍ୟାଙ୍କର-କାର ମୁହାଁମୁହିଁ ଧକ୍କା; ୧୦ ଫୁଟ ତଳକୁ ଖସିଲା କାର, ୬ ଗୁରୁତର 🔴 ତିର୍ତ୍ତୋଲରେ ପଶିଲା ବନ୍ୟା ଜଳ, ବଢ଼ିଲା ଲୋକଙ୍କ ଚିନ୍ତା 🔴 କାର୍ଗିଲର ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ପ୍ରବଳ ବର୍ଷା, ଜଳମଗ୍ନ ପରିସ୍ଥିତି 🔴 ସୃଷ୍ଟି ହେଲା ଗଭୀର ଅବପାତ 🔴 ନୀଳକନ୍ଦରକୁ ଯିବେ ନୀଳମଣି 🔴 ତେଲ ଟ୍ୟାଙ୍କର-କାର ମୁହାଁମୁହିଁ ଧକ୍କା; ୧୦ ଫୁଟ ତଳକୁ ଖସିଲା କାର, ୬ ଗୁରୁତର 🔴 ତିର୍ତ୍ତୋଲରେ ପଶିଲା ବନ୍ୟା ଜଳ, ବଢ଼ିଲା ଲୋକଙ୍କ ଚିନ୍ତା 🔴 କାର୍ଗିଲର ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି