Masthead

ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ

ଆସାମ(ବଡ଼ ଖବର ବ୍ୟୁରୋ): ଦେଶର ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ୨ ଦିନରେ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସିବା ଓ ଫ୍ଲାସ ଫ୍ଲଡ୍ ପାଇଁ ପ୍ରବଳ କ୍ଷୟକ୍ଷତି ହୋଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଆସାମ ଓ ଅରୁଣାଚଳପ୍ରଦେଶରେ ୯ ଜଣ ଲେଖାଏଁ ପ୍ରାଣ ହରାଇଥିବାବେଳେ ମେଘାଳୟରେ ୬, ମିଜୋରାମରେ ୫, ନାଗାଲାଣ୍ଡ ଓ ତ୍ରିପୁରାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଅରୁଣାଚଳପ୍ରଦେଶର ଇଷ୍ଟ କାମେଙ୍ଗ ଜିଲାରେ ଭୂସ୍ଖଳନ ଯୋଗୁ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଲୋୟର ସୁବନସିରି ଜିଲାରେ ଭୂସ୍ଖଳନରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେପଟେ ଆସାମରେ ଲଗାଣ ବର୍ଷା ଜାରି ରହିଥିବାରୁ ସଡ଼କ ପରିବହନ ଓ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି।

୧୫ ଜିଲାର ୭୮,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଛନ୍ତି। ବ୍ରହ୍ମପୁତ୍ର ଓ ବାରାକ ସମେତ ୧୦ଟି ବଡ଼ ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଗମ୍ଭୀର ବନ୍ୟା ସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରାଇଛି। ଭୂସ୍ଖଳନଜନିତ ରାସ୍ତା ଅବରୋଧ ଯୋଗୁ ଉତ୍ତର ସିକିମ୍‌ରେ ପ୍ରାୟ ୧,୫୦୦ ପର୍ୟ୍ୟଟକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଗତକାଲି ଆସାମ, ଅରୁଣାଚଳପ୍ରଦେଶ ଓ ସିକିମ୍‌ ମୁଖ୍ୟମନ୍ତ୍ରୀଙ୍କ ସମେତ ମଣିପୁର ରାଜ୍ୟପାଳଙ୍କ ସହ କଥା ହୋଇଛିନ୍ତି । ବର୍ଷାବିତ୍ପାତ ସ୍ଥିତିର ମୁକାବିଲା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର