Masthead

ଆଜିଠୁ ରାଜ୍ୟରେ ବର୍ଷା, ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବର୍ଷା । ଭିଜିବ ଉପାନ୍ତରୁ ଉପକୂଳ । କାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୪ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ବଜ୍ରପାତ, ବର୍ଷା ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ । ପ୍ରଭାବରେ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହେବ ।

ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କାଲିଠୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ, ବାଲେଶ୍ବର, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ବଜ୍ରପାତ ବର୍ଷା ନେଇ ୧୭ ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ