Masthead

ରେଳଧାରଣାକୁ ଧସିଲା ମାଟି

କେରାପୁଟ(ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା ଆଣୁଛି ବିପତ୍ତି । କେତେବେଳେ ଚାଷୀ ତ ଆଉ କେତେବେଳେ ସାଧାରଣ ଲୋକେ ହଇରାଣ ହରକତ ହେଉଛନ୍ତି । କେରାପୁଟ ଜିଲ୍ଲା ଜରଟି-ମାଲିଗୁଡ଼ା ରେଲୱେ ଟ୍ରାକ୍ ଉପରେ ମାଟି ଧସି ରେଳଧାରଣକୁ ଅବରୋଧ କରିଛି । ଯାହାଫଳରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।

କୋରାପୁଟରୁ ଜୟପୁର, ଜଗଦଲପୁରକୁ ଯାତାୟାତ ବନ୍ଦ ରହିଛି । ୨ଟି ଟ୍ରେନକୁ ବାତିଲ କରାଯାଇଛି । ଟ୍ରେନ୍ ନମ୍ବର ୧୮୪୪୮ ଜଗଦଲପୁର-ଭୁବନେଶ୍ୱର ହୀରାଖଣ୍ଡ ଏକ୍ସପ୍ରେସକୁ ଗୋଟିଏ ଦିନ ପାଇଁ ବାତିଲ କରାଯାଇଛି । ଟ୍ରେନ୍ ନମ୍ବର ୧୮୫୧୬ କିରଣ୍ଡୁଲ-ବିଶାଖାପାଟଣା ନାଇଟ୍ ଏକ୍ସପ୍ରେସକୁ ବାତିଲ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଭୂୂସ୍ଖଳନ ଯୋଗୁଁ ଏମିତି ଅଘଟଣ ଘଟିଛି । ରେଳବାଇର ଅଧିକାରୀ ମାନେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଉଦ୍ଧାରକାର୍ଯ୍ୟ ଜାରି ରହିଛି ଏବଂ ପୂର୍ବତଟ ରେଳପଥର ୱାଲଟିୟର କହିଛନ୍ତି, ଯାତ୍ରୀମାନଙ୍କର ଅସୁବିଧା ପାଇଁ ଆମେ ଦୁଃଖ ପ୍ରକାଶ କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା