Masthead

୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ । ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ବାଲେଶ୍ୱର, ରାୟଗଡ଼ା, ଗଜପତି, ଭଦ୍ରକ, ନବରଙ୍ଗପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା ବଢ଼ିବ । ପ୍ରାୟ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିପାରେ । ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ମାଲକାନାଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ଆଶଙ୍କା ରହିଛି ।

ମଙ୍ଗଳବାର ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ରହିବା ସହ ଆକାଶ ମେଘୁଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ