Masthead

ମା’ ପାଟଣେଶ୍ୱରୀ ମନ୍ଦିର ଭିତରେ ପଶିଲା ବର୍ଷା ପାଣି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷାା ତଳିଆ ଅଞ୍ଚଳରେ ପଶିଲା ପାଣି । ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି । ପାଣି ପଶିଯିବାରୁ ମା’ଙ୍କ ନୀତିକାନ୍ତି ବନ୍ଦ ରହିଛି । ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ସେପଟେ ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି