ଲଗାଣ ବର୍ଷା ଯୋଗୁଁ ଜିଲ୍ଲାପାଳମାନଙ୍କୁ ସର୍ତକ କରାଉଛି ଏସଆରସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ରୁ ୨୭ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ । ଲଘୁଚାପ ଥିବାରୁ  ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତା ପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସର୍ତକ କରାଯାଇଛି । ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି । ଅନ୍ୟ ବିଭାଗ ସମସ୍ତେ ପ୍ରସ୍ତୁତ ହୋଇ ରହିବା ସହିତ ଜିଲ୍ଲା ପ୍ରଶାସନ ମାନେ ପ୍ରସ୍ତୁତ ହୋଇ ଅଛନ୍ତି । ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥା ହେବା ସହିତ । ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଥିବା କହିଛନ୍ତି ଏସଆରସି ସତ୍ୟବ୍ରତ ସାହୁ । କୌଣସି ସ୍ଥାନରେ ଅସ୍ଵାଭାବିକ ପରିସ୍ଥିତି ସୃଷ୍ଟି ହୋଇନାହିଁ । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ସ୍ୱାଭାବିକ ବର୍ଷା ହୋଇଥିବା ମଧ୍ୟ ସେ କହିଛନ୍ତି । ଚାଷ ପାଇଁ ଭଲ ବର୍ଷା ହୋଇଛି । ଆସନ୍ତା ୩ ରୁ ୪ ଦିନ ଭଲ ବର୍ଷା ହେଲେ ଚାଷ ଓ ଚାଷୀଙ୍କ ପାଇଁ ଅନୁକୂଳ ହେବ । ଚାଷ କାର୍ୟ୍ୟ ଠିକ ଭାବେ ଚାଲିଛି । ରାଜ୍ୟର ନଦୀ ଖାଲି ଥିଲା । ହୀରାକୁଦର ଗେଟ ଖୋଲିଲେ କିଛି ଅସୁବିଧା ନଥିବା ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’