Masthead

କାଳବୈଶାଖୀ ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର ।   ରାଜ୍ୟରେ ତାପମାତ୍ରା ଆସନ୍ତା ୨ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଏହି ସମୟରେ ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଅନୁଭୂତ ହେବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ଓ ୪୦ କିଲୋମିଟର ବେଗରେ ପବନ ବହିବ। କେନ୍ଦ୍ରର ସୂଚନାନୁଯାୟୀ, ଧୀରେ ଧୀରେ ରାଜ୍ୟର ପାରଦ ନିମ୍ନଗାମୀ ହେବାରେ ଲାଗିଛି ।

ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ତଥା ବାୟୁର ଦିଗ ପରିବର୍ତ୍ତନ ଯୋଗୁଁ ତାପମାତ୍ରାରେ ଏଭଳି ପରିବର୍ତ୍ତନ ଆସିବ । ଶନିବାର କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁରରେ କାଳବୈଶାଖୀଜନିତ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ। ସେହିଭଳି ୪ ତାରିଖ ଦିନ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ରହିବ ବୋଲି ଅନୁମାନ କରାଯାଉଛି। ଏହି ଦୁଇ ଦିନ ପାଇଁ ଏହି ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଫଳରେ ତାପମାତ୍ରା ସାମୟିକ ସମୟ ପାଇଁ ଖସିପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ