ଲଘୁଚାପ ବର୍ଷା, ୬ ଜିଲ୍ଲାକୁ ୟେ‌ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା । ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା । ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପଜନିତ ବର୍ଷା ଲାଗି ରହିବ । ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏବଂ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି। କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆଜି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’