Masthead

ଅବପାତର ରୂପ ନେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅବପାତର ରୂପ ନେଲା ଘୂର୍ଣ୍ଣିବଳୟ । ସାରା ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଅବପାତର ନୂପ ନେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହା ପାରାଦୀପ ଠାରୁ ୭୦ କିଲୋମିଟର ପୂର୍ବକୁ କେନ୍ଦ୍ରୀଭୂତ ହୋଇଛି । ଏହା ଏବେ ପଶ୍ଚିମ -ଉତ୍ତରପଶ୍ଚିମ ଦଗରେ ଗତି କରୁଛି । ଚାନ୍ଦବାଲି ସୀମା ଦେଇ ଏହା ଅତିକ୍ରମ କରିବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଅଭିମୁଖେ ଅଗ୍ରସର ହେବ।

ଏହାର ପ୍ରଭାବରେ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ଲାଗି ରହିବି। ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହୁଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ଏଣୁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ଲାଗି ସତର୍କ କରାଇଦିଆଯାଇଛି।

ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଥିଲା। ସୋମବାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ଅର୍ଥାତ୍ ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଅନ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା