Masthead

୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ସୋମବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୩ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ