Masthead

୩୧ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଦୁର୍ବଳ ୩୧ରୁ ପୁଣି ବଢ଼ିବ ବର୍ଷା ।  ଦୁର୍ବଳ ହେବା ପରେ ଛତିଶଗଡ଼ ଉପରେ ରହିଚି ଲଘୁଚାପ ।  ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ଘଡ଼ଘଡ଼ି, ବିଜୁଳି ଆଶଙ୍କା ।  ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ।  କାଲି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ।  ୩୧ରୁ ପୁଣି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବଢ଼ିବ ବର୍ଷାର ବିସ୍ତୃତି । ସେପଟେ ସେପ୍ଟେମ୍ବରରେ ବଢ଼ିବ ବର୍ଷା।  ଆଗକୁ ଦୁଇଟି ଲଘୁଚାପ ଆସୁଛି ।

ପାଣିପାଗ ବିଭାଗ ପକ୍ଷରୁ ଆଗାମୀ  ଦୁଇ ସପ୍ତାହ ପାଇଁ ପୂର୍ବାନୁମାନ ଜାରି ହୋଇଛି । ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତରବଙ୍ଗୋପସାଗର ରେ ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା  ଉପକୂଳ ଅଞ୍ଚଳର ସମାନ୍ତରାଳ ଭାବେ  ସମୁଦ୍ର ଭିତରେ ଆଗକୁ ବଢ଼ିବ ।

ଘନୀଭୂତ ହୋଇ ୫ ତାରିଖବେଳକୁ ଅବପାତ ରୂପ ନେଇପାରେ। ସେହିପରି ପରବର୍ତ୍ତୀ ସପ୍ତାହର ଶେଷ ଆଡ଼କୁ  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩  ଭିତରେ ପ୍ରବଳ ବର୍ଷା ହୋଇପାରେ ।

 ଶୁକ୍ରବାର ରାଜ୍ୟର ଅଳ୍ପ କେତେକ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,  ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ,  ଗଜପତି ଜିଲ୍ଲାରେ  ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶନିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୩୧ରୁ ବର୍ଷା ପରିମାଣ  ବଢ଼ିବା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି ।  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ