Masthead

ଆପକୁ ଝଟକା, ଦଳ ଛାଡିଲେ ରାଜକୁମାର ଆନନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପକୁ ଲାଗିଲା ଝଟକା । ଦଳ ଛାଡିଲେ ରାଜକୁମାର ଆନନ୍ଦ । ରାଜକୁମାର ବର୍ତ୍ତମାନ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିଲେ । ସେ ପଦ ଏବଂ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦିଲ୍ଲୀର ସମାଜ କଲ୍ୟାଣ ମନ୍ତ୍ରଣାଳୟର ପରିଚାଳନା କରୁଥିଲେ। ନିକଟରେ ରାଜକୁମାରଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା। ରାଜକୁମାରଙ୍କ ଇସ୍ତଫା ଦଳ ପାଇଁ ବଡ଼ ଝଟ୍‌କା ବୋଲି କୁହାଯାଉଛି। ସେ ପଟେଲ ନଗରରୁ ଦଳର ବିଧାୟକ ଅଛନ୍ତି।

ଇସ୍ତଫା ନେଇ ସେ କହିଛନ୍ତି ଯେ ମୁଁ ବହୁତ ଦୁଃଖି। ଯଦି ରାଜନୀତିରେ ପରିବର୍ତ୍ତନ ଆସେ ଦେଶ ବଦଳିଯିବ। ଆପ ବିରୋଧରେ ବଡ଼ ଅଭିଯୋଗ ହୋଇଛି। ଏଥିଲାଗି ଦଳ, ସରକାର ଏବଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଉଥିବା ରାଜ କୁମାର କହିଛନ୍ତି। ଏହାଛଡ଼ା ଇସ୍ତଫା ଦେବା ପରେ ଗଣମାଧ୍ୟମକୁ ରାଜକୁମାର କହିଛନ୍ତି, ଆପ ଭ୍ରଷ୍ଟାଚାର କାଦୁଅରେ ଫସିଛି। ମୁଁ ଦୁର୍ନୀତିଗ୍ରସ୍ତ ଲୋକଙ୍କ ସହ କାମ କରିପାରିବି ନାହିଁ। ଆଜି ମୁଁ ଯାହା ବି ହୋଇଛି ଡା. ଆମ୍ବେଦକରଙ୍କ ଯୋଗୁଁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ