Masthead

ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ….

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. । ଆଜି ପହିଲି ରଜ । ଓଡ଼ିଶାର ଏକ ପ୍ରମୁଖ ପାରମ୍ପରିକ ଗଣପର୍ବ ରଜ ଉତ୍ସବ। ଧରିତ୍ରୀ ମାତା ଏବଂ କୃଷି ସଂସ୍କୃତିକୁ ସମ୍ମାନ ଜଣାଇ ଏହାକୁ ପାଳନ କରାଯାଏ। ଏହି ଅବସରରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପିଲାଠୁ ବୟସ୍କ, ସମସ୍ତେ ରଜ ମଉଜରେ ସାମିଲ ହେବାକୁ ଏକାଠି ହୋଇଛନ୍ତି । ସକାଳୁ ସକାଳୁ ଜମିଲାଣି ମାହୋଲ। ଚାରିଆଡ଼େ ଖାଲି ପିଠାପଣାର ମହକ । ବରଷକେ ଥରେ ଆସିଛି ରଜ। ଆଉ ଏଥିରେ ମସଗୁଲ ହୋଇ ଯୁବତୀ ଓ ଝିଅମାନେ ସଜବାଜ ହୋଇ ଖେଳିଲେଣି ଦୋଳି ।

ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡ଼ିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା