ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ….

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. । ଆଜି ପହିଲି ରଜ । ଓଡ଼ିଶାର ଏକ ପ୍ରମୁଖ ପାରମ୍ପରିକ ଗଣପର୍ବ ରଜ ଉତ୍ସବ। ଧରିତ୍ରୀ ମାତା ଏବଂ କୃଷି ସଂସ୍କୃତିକୁ ସମ୍ମାନ ଜଣାଇ ଏହାକୁ ପାଳନ କରାଯାଏ। ଏହି ଅବସରରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପିଲାଠୁ ବୟସ୍କ, ସମସ୍ତେ ରଜ ମଉଜରେ ସାମିଲ ହେବାକୁ ଏକାଠି ହୋଇଛନ୍ତି । ସକାଳୁ ସକାଳୁ ଜମିଲାଣି ମାହୋଲ। ଚାରିଆଡ଼େ ଖାଲି ପିଠାପଣାର ମହକ । ବରଷକେ ଥରେ ଆସିଛି ରଜ। ଆଉ ଏଥିରେ ମସଗୁଲ ହୋଇ ଯୁବତୀ ଓ ଝିଅମାନେ ସଜବାଜ ହୋଇ ଖେଳିଲେଣି ଦୋଳି ।

ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡ଼ିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ