Masthead

ମାଟି ଓ ଆକାଶ ମିଳନର ପର୍ବ ରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷକ ପରେ ଆସିଛି ରଜ, ଆଜି ହେଉଛି ପହିଲି ରଜ । ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ । କୁଆରୀମାନେ ହୋଇଛନ୍ତି ସଜବାଜ । ନିଜକୁ ସଜେଇବାରେ ବ୍ୟସ୍ତ ସମସ୍ତେ ।ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି ।

ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । କେବଳ ଗାଁ ନୁହେଁ ସହରରେ ମଧ୍ୟ ଜୋରଦାର ରଜ ଚାଲିଛି । ରଜ ପାଇଁ ଘରେ ଘରେ ସମସ୍ତେ ପିଠା ପଣାର ମଜାନେଉଛନ୍ତି । ପୋଡ଼ ପିଠା ବାସ୍ନାରେ ମହକି ଯାଉଛି ଘର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି