Masthead

ବନସ୍ତେ ଡାକିଲା ଗଜ…ବରଷକେ ଥରେ ଆସିଛି ରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନସ୍ତେ ଡାକିଲା ଗଜ…ବରଷକେ ଥରେ ଆସିଛି ରଜ…. ଆସିଛି ରଜ ଲୋ ଘେନି ନୂଆ ସଜବାଜ…..ଆଜି ପହିଲି ରଜରେ ଏମିତି ଗୀତ ଗାଇ ଝିଅମାନେ ଦୋଳି ଖେଳିବେ । ପାନ ଖିଲ ପାଟିରେ ମାରି, ମୁରୁକି ହସା ଦେଇ ରଜ ପର୍ବର ମଜା ନେବେ। ଶୁକ୍ରବାର ରଜ ପର୍ବର ପ୍ରଥମ ଦିନ । ଉତ୍ସବମୁଖର ଗାଁଠୁ ସହର, ପିଠାପଣା, ନାଚ ଗୀତ ସାଙ୍ଗକୁ ଦୋଳି ଖେଳରେ ସମସ୍ତେ ମସଗୁଲ। ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି । ପୁରୁଣା ପରମ୍ପରା ଅନୁସାରେ ପହିଲି ରଜ ପାଳନ ପାଳୁଛନ୍ତି ଯୁବତୀ ।

ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପାରିକ ଗଣ ପର୍ବ ରଜ । ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ ।ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ ।

ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ । କୃଷିଭିତ୍ତିକ ପର୍ବ ରଜ । ଧରିତ୍ରୀ ଏବେ ରଜସ୍ୱଳା । ସେଥିପାଇଁ ରଜ ତିନି ଦିନ ଧରି ମାଟି ଖୋଳା ଆଉ ଚାଷ କରିବା ଉପରେ ରହିଛି ବାରଣ। ଏଥିପାଇଁ ଚାଷ କାମ ବନ୍ଦ ଥିବାବେଳେ ମହିଳାମାନେ ମଧ୍ୟ କଟାବଟା କରନ୍ତି ନାହିଁ । ପହିଲି ରଜ, ରଜ ସଙ୍କ୍ରାନ୍ତି , ଶେଷ ରଜ- ତିନି ଦିନି ଧରି ପିଲାଠୁ ବୟସ୍କ ସମସ୍ତେ ରଜ ମସ୍ତି କରିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼