Masthead

ଆଜି ପହିଲି ରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ ବଡ ଆକର୍ଷଣ ସୃଷ୍ଟି କରିଥାଏ । ରଜ ତିନିଦିନ ମଧ୍ୟରୁ ପ୍ରଥମ ଦିନରେ ପହିଲି ରଜ । ଝିଅମାନେ ନୂତନ ବସ୍ତ୍ର ପରିଧାନ କରି ପିଠା ଖାଇ, ଦୋଳି ଖେଳି ବେଶ୍ ଆଗ୍ରହର ସହକାରେ ମନାଇଥାନ୍ତି ରଜକୁ ।

ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ । ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିଥାଏ ରଜର ଆସର । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ ।

ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ୟ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସିରେ ରଜ ପର୍ବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼