ମାଟି ଓ ଆକାଶ ମିଳନର ପର୍ବ ରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷକ ପରେ ଆସିଛି ରଜ, ଆଜି ହେଉଛି ପହିଲି ରଜ । ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ । କୁଆରୀମାନେ ହୋଇଛନ୍ତି ସଜବାଜ । ନିଜକୁ ସଜେଇବାରେ ବ୍ୟସ୍ତ ସମସ୍ତେ ।ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି ।

ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । କେବଳ ଗାଁ ନୁହେଁ ସହରରେ ମଧ୍ୟ ଜୋରଦାର ରଜ ଚାଲିଛି । ରଜ ପାଇଁ ଘରେ ଘରେ ସମସ୍ତେ ପିଠା ପଣାର ମଜାନେଉଛନ୍ତି । ପୋଡ଼ ପିଠା ବାସ୍ନାରେ ମହକି ଯାଉଛି ଘର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!