ଆଜି ରଜ ସଂକ୍ରାନ୍ତି ବା ମିଥୁନ ସଂକ୍ରାନ୍ତି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଏବେ ପାରମ୍ପରିକ ପର୍ବ ଓ ରାଜ୍ୟର ଗଣପର୍ବ ରଜର ମାହୋଲ। ଚାରିଆଡ ଉତ୍ସବମୁଖର। ଆଜି ରଜର ଦ୍ବିତୀୟ ଦିନ । ଏହାକୁ ରଜ ସଂକ୍ରାନ୍ତି ବା ମିଥୁନ ସଂକ୍ରାନ୍ତି ବୋଲି କୁହାଯାଏ । ତିନିଦିନ ଧରି ପାଳିତ ହେଉଥିବା ଏହି ଗଣପର୍ବର ଆଜି ଦ୍ବିତୀୟ ଦିନ । ଏହି ସଂକ୍ରାନ୍ତିକୁ ଦେଶର ବିଭିନ ସ୍ଥାନରେ ଅଲଗା ନାମରେ ପାଳିତ ହୋଇଥାଏ ।

ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ। ରଜ ଶବ୍ଦର ଅର୍ଥ ‘ରଜବତୀ’ ହେବା। ଧରିତ୍ରୀକୁ ମା’ ଭାବରେ ବିବେଚନା କରାଯାଏ ଓ ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜା କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ