Masthead

କାହାର ହେବ ରାଜସ୍ଥାନ?

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପଡ଼ିଲା ଭୋଟ । କଡ଼ା ସୁରକ୍ଷା ଭିତରେ ଆରମ୍ଭ ହୋଇଛି ମତଦାନ । ସନ୍ଧ୍ୟା ୬ଟା ଯାଏଁ ୨୦୦ରୁ ୧୯୯ ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ରାଜସ୍ଥାନ ବିଧାନସଭା ନିର୍ବାଚନରେ ଏଥର ୧୮୬୨ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ୫ କୋଟି ୨୫ଲକ୍ଷ ୩୮ହଜାର ୧୦୫ ମତଦାତା ନିଜର ମତ ସାବ୍ୟସ୍ତ କରିବେ । ରାଜ୍ୟରେ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୋଟ ୧ଲକ୍ଷ ୨ହଜାର ୨୯୦ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ୫ ବର୍ଷ ଧରି ଏଠାରେ କଂଗ୍ରେସ କ୍ଷମତାରେ ରହିଆସିଛି ।

ପୁଣିଥରେ ଦଳ ସରକାର ଗଠନ ପାଇଁ ସବୁ ଜୋର ଲଗାଇ ଦେଇଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ. ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଅଶୋକ ଗେହଲଟ୍ ବହୁ ନିର୍ବାଚନୀ ରାଲି କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବିଜେପି ନିର୍ବାଚନୀ ମଇଦାନକୁ ଓହ୍ଲାଇଥିଲା । ଡିସେମ୍ବର ୩ ତାରିଖରେ ନିର୍ବାଚନ ଫଳାଫଳ ଆସିବ । ଅନ୍ୟପଟେ ରାଜସ୍ଥାନର ପୂର୍ବତନ ସିଏମ୍ ବସୁନ୍ଦରା ରାଜେ ଭୋଟ୍ ଦେବା ପୂର୍ବରୁ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ