Masthead

୬ ୱିକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଲା ରାଜସ୍ଥାନ ରୟାଲ୍ସ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ର ୧୪ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଲା ରାଜସ୍ଥାନ ରୟାଲ୍ସ । ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୬ଉଇକେଟରେ ହରାଇ ହ୍ୟାଟ୍ରିକ୍‌ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟ୍ରେଣ୍ଟ ବୋଲ୍ଟ ଓ ୟୁଜବେନ୍ଦ୍ର ଚହଲ ୩ ଉଇକେଟ ନେଇଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ୧୨୫/୯ରେ ସୀମିତ ରହିଥିଲା। ଜବାବରେ ରାଜସ୍ଥାନ ୧୫.୩ ଓଭରରେ ୪ ଉଇକେଟ ହରାଇ ୧୨୭ ରନ୍‌ କରି ବିଜୟୀ ହୋଇଥିଲା। ଟସ୍‌ ହାରି ପ୍ରଥମେ ବୋଲିଂ କରିଥିଲା ରାଜସ୍ଥାନ ।

ପ୍ରଥମ ଓଭରରେ ଖାତା ଖୋଲିବା ଆଗରୁ ରୋହିତ ଶର୍ମା ଓ ନମନ ଧୀରଙ୍କୁ ଆଉଟ କରିଥିଲେ ବୋଲ୍ଟ। ଡଓ୍ବୋଲ୍ଡ ବ୍ରେଭିସ୍‌ ଇମ୍ପାକ୍ଟ ସବ୍‌ ଭାବରେ ଆସିଥିଲେ ମଧ୍ୟ ଖାତା ଖୋଲିବା ଆଗରୁ ବୋଲ୍ଟଙ୍କ ଶିକାର ହୋଇଥିଲେ। ଇଶାନ କିଶନ ୧୬ ରନ୍‌ ଆଉଟ ହେବାରୁ ମୁମ୍ବାଇ ୨୦ ରନ୍‌ରେ ୪ ଉଇକେଟ ହରାଇଥିଲା। ପରବର୍ତ୍ତୀ ଦୁଇ ବ୍ୟାଟର ହାର୍ଦ୍ଦିକ ପାଣ୍ଡ୍ୟା ୩୪ ଓ ତିଳକ ବର୍ମା ୩୨ ରନ କାଉଣ୍ଟର ଆଟାକ କରିଥିଲେ। ରାଜସ୍ଥାନ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ ଓ ୟୁଜବେନ୍ଦ୍ର ଚହଲ ୩ଟି ଲେଖାଏ,ନାନ୍ଦ୍ରେ ବର୍ଗର ୨ ଓ ଆଭେଶ ଖାନ୍‌ ଗୋଟିଏ ଉଇକେଟ ନେଇଥିଲେ। ୧୨୬ ରନ୍‌ର ପିଛା କରୁଥିବା ରାଜସ୍ଥାନ ପକ୍ଷରୁ ରିୟାନ ପରାଗ ଅପରାଜି ୫୪ ରନ କରିଥିଲେ। ୩୯ ବଲ୍‌ର ଇନିଂସରେ ସେ ୫ ଚୌକା ଓ ୩ ଛକା ମାରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ