Masthead

ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଛି ୬୭ ତମ ଫିଲ୍ମ ପୁରସ୍କାର ଉତ୍ସବ । ତେବେ ବଲିଉଡର ଭର୍ସଟାଇଲ ଅଭିନେତା ମନୋଜ ବାଜପେୟୀଙ୍କୁ ମିଳିଲା ଜାତୀୟ ଫିଲ୍ମ ପୁରସ୍କାର । ତାଙ୍କୁ ଶ୍ରେଷ୍ଠ ଅଭିନେତା ରୂପେ ପୁରସ୍କୃତ କରାଯାଇଛି । ଫିଲ୍ମ ‘ଭୋସଲେ’ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି ।

ତେବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ସେହିପରି ସାଉଥ ସୁପରଷ୍ଟାର ଧନୁଷଙ୍କୁ ମଧ୍ୟ ଶ୍ରେଷ୍ଠ ଅଭିନେତା ରୂପେ ଫିଲ୍ମ ‘ଅସରୁନ୍’ ପାଇଁ ଜାତୀୟ ପୁରସ୍କାର ମିଳିଛି । କଙ୍ଗନା ରଣାୱତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି ।ତାଙ୍କୁ ଫିଲ୍ମ ‘ପଙ୍ଗା ଓ ମଣିକର୍ଣ୍ଣିକା’ ପାଇଁ ଏହି ପୁରସ୍କାର ପ୍ରାଦାନ କରାଯାଇଛି । ସେହିପରି ବଲିଉଡ ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଫିଲ୍ମ ‘ଛିଛୋରେ’ କୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି ।

ସେପଟେ ସାଉଥର ସୁପରଷ୍ଟାର ତଥା ଥଲାଇଭା ରଜନୀକାନ୍ତଙ୍କୁ ମିଳିଛି ୫୧ ତମ ଦାଦା ସାହେବ ଫାଲକେ ଆୱାର୍ଡ । ସେହିପରି ୩ ଓଡ଼ିଆ ଫିଲ୍ମ ‘ଶଲା ବୁଢ଼ାର ବଦଲା’ ‘କାଲିର ଅତୀତକୁ’ ପୁରସ୍କାର ପ୍ରଦାନ କରାଯାଇଛି । ବେଷ୍ଟ ଆର୍ଟ ଆଣ୍ଡ କଲଚର ଫିଲ୍ମ ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କାର ହାତେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ