Masthead

ଗେମିଂ ଜୋନରେ ଅଗ୍ନିକାଣ୍ଡରେ ୨୭ ମୃତ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ଗୁଜରାଟ ରାଜକୋଟର ଗେମିଂ ଜୋନରେ ଅଗ୍ନିକାଣ୍ଡ ଘଟଣା । ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି । ଶତାଧିକ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇଥିଲେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ମଧ୍ୟ ଆଶଙ୍କା କରାଯାଉଛି । ଅନେକ ଜୀବନ ଚାଲିଯିବା ସହ ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।

ଶନିବାର ସନ୍ଧ୍ୟା ସମୟରେ ରାଜକୋଟର ଏହି ଗେମିଂ ଜୋନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଆଖି ପିଛୁଲାକେ ନିଆଁ ଚାରିଆଡେ ବ୍ୟାପୀଯାଇଥିଲା । କେହି କିଛି ବୁଝିବା ଆଗରୁ ପ୍ରଚଣ୍ଡ ନିଆଁ ସବୁକିଛିକୁ କବଳିତ କରିସାରିଥିଲା । ଏହି ଅଗ୍ନିକାଣ୍ଡରେ ଅଧିକାଂଶ ଶିଶୁଙ୍କ ମୃତ୍ୟୁ ଘଟିଛି, ଘଟଣା ସ୍ଥଳରେ ପହଞ୍ଚି ୪ଟି ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସକାଳ ପର୍ଯ୍ୟନ୍ତ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଅଗ୍ନିକାଣ୍ଡରେ ୨୭ ଜଣଙ୍କ ମୃତ୍ୟୁ ନେଇ ଟ୍ୱିଟରରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହ ପ୍ରଧାନମନ୍ତ୍ରୀ ଏନେଇ ଆଲୋଚନା ମଧ୍ୟ କରିଛନ୍ତି । ସେପଟେ ଗୁଜରାଟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଘୋଷଣା କରାଯିବା ସହ ଆହତ ମାନଙ୍କ ଚିକିତ୍ସା ଖର୍ଚ୍ଚ ବହନ ଲାଗି ଘୋଷଣା କରାଯାଇଛି । ସେପଟେ ଏହି ଘଟଣା ଶନିବାର ଦିନ ରାଜକୋଟର ପୋଲିସ କମିଶନର କହିଛନ୍ତି ଯେ, ଆମେ ଏହାର ତଦନ୍ତ ଚଲାଇଛୁ ଯେ, ଅଗ୍ନି ପଛର କାରଣ କଣ ରହିଛି । ଏଥିସହ ସେ ସହରର ସମସ୍ତ ଗେମିଙ୍ଗ ଜୋନକୁ ବନ୍ଦ କରିବାକୁ ମେସେଜ ଜାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି