Masthead

ଜାମ୍ମୁ-କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜାମ୍ମୁ-କାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଗ୍ରାଉଣ୍ଡ ଜିରୋରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଜାମ୍ମୁ ଗସ୍ତ କରିବେ । ରଜୌରୀର କଣ୍ଡି ଜଙ୍ଗଲରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ହେଲିକପ୍ଟର ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ନଜର ରଖାଯାଇଛି । ସର୍ଚ୍ଚ ଅପରେସନ ମଧ୍ୟ ଜୋରଦାର କରାଯାଇଛି । ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗତକାଲି ଏହି ସ୍ଥାନରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୫ଜଣ ଯବାନ ସହିଦ ହୋଇଥିଲେ । ରଜୌରୀ ଜିଲ୍ଲା କଣ୍ଡି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସେନା ଓ ଜମ୍ମୁକଶ୍ମୀର ପୋଲିସ ମିଳିତ ସର୍ଚ୍ଚ ଅପରେସନ କରିଥିଲା । ଜଙ୍ଗଲ ଇଲାକାରେ ସର୍ଚ୍ଚ ଅପେରସନ ଚାଲୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳିମାଡ କରିଥିଲେ ଆତଙ୍କବାଦୀ । ସେପଟେ ବାରମୁଲ୍ଲାରେ ମଧ୍ୟ ସେନା ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର କାର୍ଯ୍ୟକାରୀ ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର କାର୍ଯ୍ୟକାରୀ ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍